ଜିଲ୍ଲା ସମନ୍ୱୟ ଏବଂ ତଦାରଖ କମିଟି ବୈଠକ

by livenewstv
0 comments

ଆଜି ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଓଡିଟୋରିଅମ୍ ହଲରେ ବାର୍ଷିକ ଜିଲ୍ଲା ସମନ୍ୱୟ ଏବଂ ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ତଥା ବ୍ଲକ୍ ମାନଙ୍କରେ ହୋଇଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରାଯାଇଛି। ବାକି ଥିବା ଉନ୍ନୟନ ମୂଳକ କାର୍ଯ୍ୟକୁ ତ୍ବରାନ୍ବିତ କରିପବାକୁ ଏହି ବୈଠକରେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି କୃଷି ବିଭାଗରେ କୃଷକଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିବାକୁ କୁହାଯାଇଛି । ଏହି ବୈଠକରେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ , ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ , ସଦର ବିଧାୟକ ମାନସ କୁମାର ଦତ୍ତ, ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ, ଜଳେଶ୍ବର ବିଧାୟକ ଅଶ୍ୱନୀ କୁମାର ପାତ୍ର, ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ, ବସ୍ତା ବିଧାୟିକା ସୁବାଶିନୀ ଜେନା , ସୋର ବିଧାୟକ ମାଧବ ଧଡ଼ା , ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା , ବାଲେଶ୍ଵର ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ସଞ୍ଜୟ କୁମାର ରାଉତଙ୍କ ସହିତ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

You may also like

© Copyright Live News TV 2025. All rights reserved.

Designed and Developed by Web Odisha