218
ସ୍ୱାଧୀନତା ଦିବସ ଉପଲକ୍ଷେ ସାରା ଦେଶରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଚାନ୍ଦବାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସ୍ଥାନୀୟ ଶିବଦୁର୍ଗା ସରକାରୀ ଉଚ୍ଚ ବିଦ୍ୟାଳୟର ପରିସରରୁ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ବିଶାଳ ରାଲି ଚାନ୍ଦବାଲି ବଜାର ପରିକ୍ରମା କରିବା ସହ ସ୍ଵାଧୀନତା ଦିବସର ଗାଥା ସ୍ଲୋଗାନ୍ ମାଧ୍ୟମରେ ଲୋକଙ୍କ ନିକଟରେ ପହଞ୍ଚାଇଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ଶାନ୍ତିଲତା ସେଠୀ, ଏନ ଏ ସି ଅଧିକାରୀ ଆଭାସ ପାଣିଗ୍ରାହୀଙ୍କ ସମେତ ଏନ ଏ ସି ଅଫିସର ସମସ୍ତ କର୍ମଚାରୀ, କାଉନସିଲର, ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ ।
You Might Be Interested In